ଯାକୁବ 4

ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।

James 4:7 (UKJV) Submit yourselves therefore to God. Resist the devil, and he will flee from you.

5ନା ତୁମ୍ଭେମାନେ କଅଣ ଧର୍ମଶାସ୍ତ୍ରର ଏହି ବାକ୍ୟକୁ ବ୍ୟର୍ଥ ବୋଲି ମନେ କରୁଅଛ; ଯେଉଁ ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ମଧ୍ୟରେ ବାସ କରିବାକୁ ଦେଇଅଛନ୍ତି, ସେ ଆମ୍ଭମାନଙ୍କୁ ସମ୍ପୂର୍ଣ୍ଣ ଅଧିକାର କରିବା ନିମନ୍ତେ ଏକାନ୍ତ କାମନା କରନ୍ତି?

6କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ର‌ରେ ଉକ୍ତ ଅଛି, “ଈଶ୍ବର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”

7ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।

8ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।

9ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.