ଯାକୁବ 4

ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ।

James 4:9 (UKJV) Be afflicted, and mourn, and weep: let your laughter be turned to mourning, and your joy to heaviness.

7ଅତଏବ, ତୁମ୍ଭେମାନେ ଈଶ୍ବରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ।

8ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।

9ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ।

10ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।

11ହେ ଭାଇମାନେ, ତୁମ୍ଭେମାନେ ପରସ୍ପରର ଗ୍ଳାନି କର ନାହିଁ; ଯେ ଭାଇର ଗ୍ଳାନି କରେ କିମ୍ବା ଭାଇର ବିଚାର କରେ, ସେ ବ୍ୟବସ୍ଥାର ଗ୍ଲାନି କରେ ଓ ସେଥିର ବିଚାର କରେ; କିନ୍ତୁ ତୁମ୍ଭେ ଯଦି ବ୍ୟବସ୍ଥାର ବିଚାର କର, ତାହାହେଲେ ତୁମ୍ଭେ ବ୍ୟବସ୍ଥାର ପାଳନକାରୀ ନ ହୋଇ ସେଥିର ବିଚାରକର୍ତ୍ତା ଅଟ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.