1ଏବେ ଦେଖ, ହେ ଧନୀମାନେ, ତୁମ୍ଭମାନଙ୍କର ଆସନ୍ନ ଦୁର୍ଦ୍ଦଶା ନିମନ୍ତେ କ୍ରନ୍ଦନ ଓ ହାହାକାର କର।
2ତୁମ୍ଭମାନଙ୍କର ସମ୍ପତ୍ତି କ୍ଷୟ ପାଇଲାଣି, ତୁମ୍ଭମାନଙ୍କର ବସ୍ତ୍ର ପୋକ ଖାଇଲାଣି,
3ପୁଣି, ତୁମ୍ଭମାନଙ୍କର ସୁନା ଓ ରୂପାରେ କଳଙ୍କ ଲାଗିଲାଣି; ସେଥିରେ କଳଙ୍କ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବ ଓ ଅଗ୍ନି ପରି ତୁମ୍ଭମାନଙ୍କ ମାଂସ ଗ୍ରାସ କରିବ। ଏହି ଶେଷକାଳରେ ତୁମ୍ଭେମାନେ ଧନ ସଞ୍ଚୟ କରିଅଛ!