10ହେ ଭାଇମାନେ, ଯେଉଁ ଭାବବାଦୀମାନେ ପ୍ରଭୁଙ୍କ ନାମରେ କଥା କହିଥିଲେ, ସେମାନଙ୍କୁ କ୍ଳେଶଭୋଗ ଓ ଧୈର୍ଯ୍ୟର ଦୃଷ୍ଟାନ୍ତ ସ୍ୱରୂପେ ଗ୍ରହଣ କର।
11ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।
12ବିଶେଷତଃ, ହେ ମୋହର ଭାଇମାନେ, ଶପଥ କର ନାହିଁ, ସ୍ୱର୍ଗର ଶପଥ ହେଉ ବା ପୃଥିବୀର ଶପଥ ହେଉ; ଅବା ଅନ୍ୟ କୌଣସି ଶପଥ ହେଉ; କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ, ଯେପରି ତୁମ୍ଭେମାନେ ବିଚାରରେ ଦଣ୍ଡନୀୟ ନ ହୁଅ।
13ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ଦୁଃଖଭୋଗ କରୁଅଛି? ସେ ପ୍ରାର୍ଥନା କରୁ। କେହି କଅଣ ଆନନ୍ଦିତ ଅଟେ? ସେ ସ୍ତବଗାନ କରୁ।
14ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ।