ଯାକୁବ 5

ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ।

James 5:14 (UKJV) Is any sick among you? let him call for the elders of the church; and let them pray over him, anointing him with oil in the name of the Lord:

12ବିଶେଷତଃ, ହେ ମୋହର ଭାଇମାନେ, ଶପଥ କର ନାହିଁ, ସ୍ୱର୍ଗର ଶପଥ ହେଉ ବା ପୃଥିବୀର ଶପଥ ହେଉ; ଅବା ଅନ୍ୟ କୌଣସି ଶପଥ ହେଉ; କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ, ଯେପରି ତୁମ୍ଭେମାନେ ବିଚାରରେ ଦଣ୍ଡନୀୟ ନ ହୁଅ।

13ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ଦୁଃଖଭୋଗ କରୁଅଛି? ସେ ପ୍ରାର୍ଥନା କରୁ। କେହି କଅଣ ଆନନ୍ଦିତ ଅଟେ? ସେ ସ୍ତବଗାନ କରୁ।

14ତୁମ୍ଭମାନଙ୍କ ମଧ୍ୟରେ କଅଣ କେହି ପୀଡ଼ିତ? ସେ ମଣ୍ଡଳୀର ପ୍ରାଚୀନମାନଙ୍କୁ ଡକାଉ ସେମାନେ ପ୍ରଭୁଙ୍କ ନାମରେ ତୈଳ ମଖାଇ ତାହା ନିମନ୍ତେ ପ୍ରାର୍ଥନା କରନ୍ତୁ।

15ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।

16ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.