15ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।
16ଅତଏବ, ପରସ୍ପର ନିକଟରେ ଆପଣା ଆପଣାର ପାପ ସ୍ୱୀକାର କର, ପୁଣି, ସୁସ୍ଥ ହେବା ନିମନ୍ତେ ପରସ୍ପର ପାଇଁ ପ୍ରାର୍ଥନା କର। ଧାର୍ମିକ ବ୍ୟକ୍ତିର ପ୍ରାର୍ଥନା ଅନେକ କାର୍ଯ୍ୟ ସାଧନ କରିପାରେ।
17ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକାନ୍ତ ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ;
18ସେ ପୁନର୍ବାର ପ୍ରାର୍ଥନା କରନ୍ତେ ଆକାଶରୁ ବୃଷ୍ଟି ହେଲା, ଆଉ ଭୂମି ଆପଣା ଫଳ ଉତ୍ପନ୍ନ କଲା।
19ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି, କେହି ତାହାକୁ ଫେରାଇ ଆଣେ,