ଯାକୁବ 5

ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି, କେହି ତାହାକୁ ଫେରାଇ ଆଣେ,

James 5:19 (UKJV) Brethren, if any of you do go astray from the truth, and one convert him;

17ଏଲୀୟ ଆମ୍ଭମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ ଥିଲେ; ବୃଷ୍ଟି ନ ହେବା ନିମନ୍ତେ ସେ ଏକାନ୍ତ ଚିତ୍ତରେ ପ୍ରାର୍ଥନା କଲେ, ଆଉ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଦେଶରେ ବୃଷ୍ଟି ହେଲା ନାହିଁ;

18ସେ ପୁନର୍ବାର ପ୍ରାର୍ଥନା କରନ୍ତେ ଆକାଶରୁ ବୃଷ୍ଟି ହେଲା, ଆଉ ଭୂମି ଆପଣା ଫଳ ଉତ୍ପନ୍ନ କଲା।

19ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି, କେହି ତାହାକୁ ଫେରାଇ ଆଣେ,

20ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.