4ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି।
5ତୁମ୍ଭେମାନେ ଜଗତରେ ସୁଖଭୋଗ ଓ ବିଳାସିତାରେ କାଳକ୍ଷେପଣ କରିଅଛ, ବଧ ଦିନରେ ଆପଣା ଆପଣା ହୃଦୟକୁ ତୃପ୍ତ କରିଅଛ।
6ତୁମ୍ଭେମାନେ ଧାର୍ମିକକୁ ଦୋଷୀ କରି ବଧ କରିଅଛ; ସେ ତୁମ୍ଭମାନଙ୍କର ପ୍ରତିରୋଧ କରେ ନାହିଁ।
7ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ।
8ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ।