5ତୁମ୍ଭେମାନେ ଜଗତରେ ସୁଖଭୋଗ ଓ ବିଳାସିତାରେ କାଳକ୍ଷେପଣ କରିଅଛ, ବଧ ଦିନରେ ଆପଣା ଆପଣା ହୃଦୟକୁ ତୃପ୍ତ କରିଅଛ।
6ତୁମ୍ଭେମାନେ ଧାର୍ମିକକୁ ଦୋଷୀ କରି ବଧ କରିଅଛ; ସେ ତୁମ୍ଭମାନଙ୍କର ପ୍ରତିରୋଧ କରେ ନାହିଁ।
7ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ।
8ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ।
9ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ଡପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ୱାର ନିକଟରେ ଦଣ୍ଡାୟମାନ ହୋଇଅଛନ୍ତି।