7ଅତଏବ, ହେ ଭାଇମାନେ, ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରୁହ। ଦେଖ, କୃଷକ କ୍ଷେତ୍ରର ବହୁମୂଲ୍ୟ ଫଳ ପାଇବା ନିମନ୍ତେ ଧୈର୍ଯ୍ୟ ଧରି ଆଦ୍ୟ ଓ ଶେଷ ବୃଷ୍ଟି ନ ହେବା ପର୍ଯ୍ୟନ୍ତ ଅପେକ୍ଷାରେ ରହେ।
8ତୁମ୍ଭେମାନେ ମଧ୍ୟ ଧୈର୍ଯ୍ୟ ଧରି ଆପଣା ଆପଣା ହୃଦୟକୁ ସୁସ୍ଥିର କର, କାରଣ ପ୍ରଭୁଙ୍କ ଆଗମନ ନିକଟବର୍ତ୍ତୀ।
9ହେ ଭାଇମାନେ, ତୁମ୍ଭେମାନେ ଯେପରି ଦଣ୍ଡପ୍ରାପ୍ତ ନ ହୁଅ, ଏଥିନିମନ୍ତେ ପରସ୍ପର ବିରୁଦ୍ଧରେ ବଚସା ନ କର, ଦେଖ, ବିଚାରକର୍ତ୍ତା ଦ୍ୱାର ନିକଟରେ ଦଣ୍ଡାୟମାନ ହୋଇଅଛନ୍ତି।
10ହେ ଭାଇମାନେ, ଯେଉଁ ଭାବବାଦୀମାନେ ପ୍ରଭୁଙ୍କ ନାମରେ କଥା କହିଥିଲେ, ସେମାନଙ୍କୁ କ୍ଳେଶଭୋଗ ଓ ଧୈର୍ଯ୍ୟର ଦୃଷ୍ଟାନ୍ତ ସ୍ୱରୂପେ ଗ୍ରହଣ କର।
11ଦେଖ, ଯେଉଁମାନେ ସହିଷ୍ଣୁ ହୋଇ ରହିଥିଲେ, ଆମ୍ଭେମାନେ ସେମାନଙ୍କୁ ଧନ୍ୟ ବୋଲି କହିଥାଉ। ତୁମ୍ଭେମାନେ ଆୟୁବଙ୍କ ସହିଷ୍ଣୁତା ବିଷୟରେ ଶୁଣିଅଛ, ପୁଣି, ପ୍ରଭୁଙ୍କ ଶେଷ କାର୍ଯ୍ୟ ଦେଖି ଜାଣିଅଛ ଯେ, ସେ ଦୟାରେ ପରିପୂର୍ଣ୍ଣ ଓ କୃପାବାନ ଅଟନ୍ତି।