ଯିରିମୀୟ 1

ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”

Jeremiah 1:6 (UKJV) Then said I, Ah, Lord GOD! behold, I cannot speak: for I am a child.

4ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା, ଯଥା,

5“ଉଦର ମଧ୍ୟରେ ତୁମ୍ଭକୁ ଗଢ଼ିବା ପୂର୍ବରୁ ଆମ୍ଭେ ତୁମ୍ଭକୁ ଜାଣିଲୁ, ପୁଣି ଭୂମିଷ୍ଠ ହେବା ପୂର୍ବରୁ ଆମ୍ଭେ ତୁମ୍ଭକୁ ପବିତ୍ର କଲୁ; ଆମ୍ଭେ ତୁମ୍ଭକୁ ନାନା ଦେଶୀୟମାନଙ୍କ ନିକଟରେ ଭବିଷ୍ୟଦ୍‍ବକ୍ତା କରି ନିଯୁକ୍ତ କରିଅଛୁ।”

6ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”

7ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।

8ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.