6ଏଥିରେ ମୁଁ କହିଲି, “ହାୟ ହାୟ, ହେ ପ୍ରଭୁ, ସଦାପ୍ରଭୁ! ଦେଖନ୍ତୁ, ମୁଁ କଥା କହି ଜାଣେ ନାହିଁ; କାରଣ ମୁଁ ତ ବାଳକ।”
7ମାତ୍ର ସଦାପ୍ରଭୁ ମୋତେ କହିଲେ, “ମୁଁ ବାଳକ ବୋଲି କୁହ ନାହିଁ; କାରଣ ଆମ୍ଭେ ତୁମ୍ଭକୁ ଯାହା ନିକଟକୁ ପଠାଇବା, ତୁମ୍ଭେ ତାହା ନିକଟକୁ ଯିବ ଓ ଆମ୍ଭେ ତୁମ୍ଭକୁ ଯାହା ଆଜ୍ଞା କରିବା, ତାହା ତୁମ୍ଭେ କହିବ।
8ସେମାନଙ୍କ ସକାଶୁ ଭୀତ ହୁଅ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।”
9ସେତେବେଳେ ସଦାପ୍ରଭୁ ଆପଣା ହସ୍ତ ବଢ଼ାଇ ମୋର ମୁଖ ସ୍ପର୍ଶ କଲେ; ଆଉ, ସଦାପ୍ରଭୁ ମୋତେ କହିଲେ, “ଦେଖ, ଆମ୍ଭେ ଆପଣା ବାକ୍ୟ ତୁମ୍ଭ ମୁଖରେ ଦେଲୁ;
10ଦେଖ, ଉତ୍ପାଟନ, ଭଗ୍ନ, ବିନାଶ ଓ ନିପାତ କରିବା ନିମନ୍ତେ; ପତ୍ତନ ଓ ରୋପଣ କରିବା ନିମନ୍ତେ ଆମ୍ଭେ ନାନା ଦେଶ ଓ ରାଜ୍ୟ ଉପରେ ଆଜି ତୁମ୍ଭକୁ ନିଯୁକ୍ତ କଲୁ।”