ଯିରିମୀୟ 10

ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଏ, ପୁଣି ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ପ୍ରସ୍ତୁତ କରନ୍ତି ଓ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।

Jeremiah 10:13 (UKJV) When he utters his voice, there is a multitude of waters in the heavens, and he causes the vapours to ascend from the ends of the earth; he makes lightnings with rain, and brings forth the wind out of his treasures.

11ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, “ଯେଉଁ ଦେବତାମାନେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ଡଳର ତଳୁ ବିନଷ୍ଟ ହେବେ।”

12ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି;

13ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଏ, ପୁଣି ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ପ୍ରସ୍ତୁତ କରନ୍ତି ଓ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।

14ପ୍ରତ୍ୟେକ ମନୁଷ୍ୟ ପଶୁବତ୍‍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।

15ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.