12ସେ ଆପଣା ପରାକ୍ରମ ଦ୍ୱାରା ପୃଥିବୀ ନିର୍ମାଣ କରିଅଛନ୍ତି, ସେ ଆପଣା ଜ୍ଞାନ ଦ୍ୱାରା ଜଗତ ସ୍ଥାପନ କରିଅଛନ୍ତି ଓ ଆପଣାର ବୁଦ୍ଧି ଦ୍ୱାରା ସେ ଆକାଶମଣ୍ଡଳ ବିସ୍ତାର କରିଅଛନ୍ତି;
13ଯେତେବେଳେ ସେ ଆପଣା ରବ ଉଚ୍ଚାରଣ କରନ୍ତି, ସେତେବେଳେ ଆକାଶରେ ଜଳରାଶିର ଶବ୍ଦ ହୁଏ, ପୁଣି ସେ ପୃଥିବୀର ପ୍ରାନ୍ତରୁ ବାଷ୍ପ ଉତ୍ଥାପନ କରାନ୍ତି; ସେ ବୃଷ୍ଟି ନିମନ୍ତେ ବିଜୁଳି ପ୍ରସ୍ତୁତ କରନ୍ତି ଓ ଆପଣା ଭଣ୍ଡାରସମୂହରୁ ବାୟୁ ବାହାର କରି ଆଣନ୍ତି।
14ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
15ସେସବୁ ଅସାର ଓ ଭ୍ରାନ୍ତିର କର୍ମ; ସେମାନେ ଆପଣା ପ୍ରତିଫଳ ପାଇବା ସମୟରେ ବିନଷ୍ଟ ହେବେ।
16ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।