16ଯେ ଯାକୁବର ବାଣ୍ଟ ସ୍ୱରୂପ, ସେ ଏମାନଙ୍କ ପରି ନୁହନ୍ତି; କାରଣ ସେ ସର୍ବ ବସ୍ତୁର ନିର୍ମାଣକର୍ତ୍ତା ଓ ଇସ୍ରାଏଲ ବଂଶ ତାହାଙ୍କର ଅଧିକାର ସ୍ୱରୂପ; ତାହାଙ୍କର ନାମ ସୈନ୍ୟାଧିପତି ସଦାପ୍ରଭୁ।
17ହେ ଅବରୁଦ୍ଧ ସ୍ଥାନ ନିବାସୀନ୍, ତୁମ୍ଭେ ଦେଶରୁ ଆପଣା ସାମଗ୍ରୀ ସଂଗ୍ରହ କର।
18କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସମୟରେ ଦେଶ ନିବାସୀମାନଙ୍କୁ ଛାଟିଣୀ ମାରିବା ପରି ଫିଙ୍ଗି ଦେବା ଓ ସେମାନଙ୍କୁ ଏପରି କ୍ଳେଶ ଦେବା ଯେ, ସେମାନେ ତାହା ବୋଧ ପାଇବେ।”
19ହାୟ ହାୟ, ମୋହର ଦୁଃଖ! ମୋହର କ୍ଷତ ଅତି ବେଦନାଯୁକ୍ତ; ତଥାପି ମୁଁ କହିଲି, “ଏହି ମୋହର ବେଦନା, ମୋତେ ଏହା ସହିବାକୁ ହେବ।”
20ମୋର ତମ୍ବୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ଡି ଯାଇଅଛି; ମୋର ବାଳକମାନେ ମୋʼ ନିକଟରୁ ବାହାରି ଯାଇଅଛନ୍ତି, ସେମାନେ ନାହାନ୍ତି, ମୋର ତମ୍ବୁ ଆଉ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହିଁ।