ଯିରିମୀୟ 10

ହାୟ ହାୟ, ମୋହର ଦୁଃଖ! ମୋହର କ୍ଷତ ଅତି ବେଦନାଯୁକ୍ତ; ତଥାପି ମୁଁ କହିଲି, “ଏହି ମୋହର ବେଦନା, ମୋତେ ଏହା ସହିବାକୁ ହେବ।”

Jeremiah 10:19 (UKJV) Woe is me for my hurt! my wound is grievous; but I said, Truly this is a grief, and I must bear it.

17ହେ ଅବରୁଦ୍ଧ ସ୍ଥାନ ନିବାସୀନ୍‍, ତୁମ୍ଭେ ଦେଶରୁ ଆପଣା ସାମଗ୍ରୀ ସଂଗ୍ରହ କର।

18କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ଏହି ସମୟରେ ଦେଶ ନିବାସୀମାନଙ୍କୁ ଛାଟିଣୀ ମାରିବା ପରି ଫିଙ୍ଗି ଦେବା ଓ ସେମାନଙ୍କୁ ଏପରି କ୍ଳେଶ ଦେବା ଯେ, ସେମାନେ ତାହା ବୋଧ ପାଇବେ।”

19ହାୟ ହାୟ, ମୋହର ଦୁଃଖ! ମୋହର କ୍ଷତ ଅତି ବେଦନାଯୁକ୍ତ; ତଥାପି ମୁଁ କହିଲି, “ଏହି ମୋହର ବେଦନା, ମୋତେ ଏହା ସହିବାକୁ ହେବ।”

20ମୋର ତମ୍ବୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ଡି ଯାଇଅଛି; ମୋର ବାଳକମାନେ ମୋʼ ନିକଟରୁ ବାହାରି ଯାଇଅଛନ୍ତି, ସେମାନେ ନାହାନ୍ତି, ମୋର ତମ୍ବୁ ଆଉ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହିଁ।

21କାରଣ ପାଳକଗଣ ପଶୁବତ୍‍ ହୋଇଅଛନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପଚାରି ନାହାନ୍ତି; ଏହେତୁ ସେମାନେ ଉନ୍ନତି କରି ନାହାନ୍ତି ଓ ସେମାନଙ୍କର ପଲସବୁ ଛିନ୍ନଭିନ୍ନ ହୋଇଅଛନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.