1ହେ ଇସ୍ରାଏଲ ବଂଶ, ସଦାପ୍ରଭୁ ତୁମ୍ଭମାନଙ୍କୁ ଯେଉଁ କଥା କହନ୍ତି, ତାହା ଶୁଣ;
2ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଅନ୍ୟଦେଶୀୟମାନଙ୍କର ବ୍ୟବହାର ଶିଖ ନାହିଁ, ଆକାଶର ଓ ନାନା ଚିହ୍ନରେ ଭୀତ ହୁଅ ନାହିଁ, କାରଣ ଅନ୍ୟ ଦେଶୀୟମାନେ ତହିଁରେ ଭୀତ ହୁଅନ୍ତି।
3ଅନ୍ୟଦେଶୀୟମାନଙ୍କର ବିଧିସକଳ ଅସାର; ଯେହେତୁ ବନରୁ ଜଣେ ବୃକ୍ଷ ଛେଦନ କରେ, ତାହା ଅସ୍ତ୍ର ଦ୍ୱାରା କାରିଗରର ହସ୍ତକୃତ କର୍ମ।
4ସେମାନେ ରୂପା ଓ ସୁନାରେ ତାହା ମଣ୍ଡନ କରନ୍ତି; ପୁଣି, ତାହା ଯେପରି ଟଳଟଳ ହେବ ନାହିଁ, ଏଥିପାଇଁ ହାତୁଡ଼ି ଦ୍ୱାରା କଣ୍ଟା ମାରି ତାହା ଦୃଢ଼ କରନ୍ତି।