20ମୋର ତମ୍ବୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ଡି ଯାଇଅଛି; ମୋର ବାଳକମାନେ ମୋʼ ନିକଟରୁ ବାହାରି ଯାଇଅଛନ୍ତି, ସେମାନେ ନାହାନ୍ତି, ମୋର ତମ୍ବୁ ଆଉ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହିଁ।
21କାରଣ ପାଳକଗଣ ପଶୁବତ୍ ହୋଇଅଛନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପଚାରି ନାହାନ୍ତି; ଏହେତୁ ସେମାନେ ଉନ୍ନତି କରି ନାହାନ୍ତି ଓ ସେମାନଙ୍କର ପଲସବୁ ଛିନ୍ନଭିନ୍ନ ହୋଇଅଛନ୍ତି।
22କୋଳାହଳର ରବ, ଦେଖ ତାହା ଉପସ୍ଥିତ ହେଉଅଛି, ଆଉ ଯିହୁଦାର ନଗରସବୁ ଉଚ୍ଛିନ୍ନ ଓ ଶୃଗାଳମାନଙ୍କର ବାସସ୍ଥାନ କରିବା ପାଇଁ ଉତ୍ତର ଦେଶରୁ ମହାଚହଳ ଆସୁଅଛି।
23ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ; ନିଜ ପାଦବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ।
24ହେ ସଦାପ୍ରଭୁ, ମୋତେ ଶାସନ କର, ମାତ୍ର ବିଚାରପୂର୍ବକ କର; କ୍ରୋଧରେ ତାହା ନ କର, କଲେ ତୁମ୍ଭେ ମୋତେ ବିନାଶ କରିବ।