23ହେ ସଦାପ୍ରଭୁ, ମୁଁ ଜାଣେ; ମନୁଷ୍ୟର ଗତି ତାହାର ଆୟତ୍ତ ନୁହେଁ; ନିଜ ପାଦବିକ୍ଷେପ ସ୍ଥିର କରିବାର ଗମନକାରୀ ମନୁଷ୍ୟର ସାଧ୍ୟ ନୁହେଁ।
24ହେ ସଦାପ୍ରଭୁ, ମୋତେ ଶାସନ କର, ମାତ୍ର ବିଚାରପୂର୍ବକ କର; କ୍ରୋଧରେ ତାହା ନ କର, କଲେ ତୁମ୍ଭେ ମୋତେ ବିନାଶ କରିବ।
25ଯେଉଁ ଅନ୍ୟ ଦେଶୀୟମାନେ ତୁମ୍ଭଙ୍କୁ ଜାଣନ୍ତି ନାହିଁ ଓ ଯେଉଁ ଗୋଷ୍ଠୀସକଳ ତୁମ୍ଭ ନାମରେ ପ୍ରାର୍ଥନା କରନ୍ତି ନାହିଁ, ସେମାନଙ୍କ ଉପରେ ତୁମ୍ଭେ ଆପଣା କୋପ ଢାଳିଦିଅ; କାରଣ ସେମାନେ ଯାକୁବକୁ ଗ୍ରାସ କରିଅଛନ୍ତି, ହଁ, ସେମାନେ ତାହାକୁ ଗ୍ରାସ କରି ସଂହାର କରିଅଛନ୍ତି ଓ ତାହାର ବାସସ୍ଥାନ ଉଚ୍ଛିନ୍ନ କରିଅଛନ୍ତି।