ଯିରିମୀୟ 10

ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ; ତୁମ୍ଭେ ମହାନ, ଓ ପରାକ୍ରମରେ ତୁମ୍ଭର ନାମ ମହତ।

Jeremiah 10:6 (UKJV) Forasmuch as there is none like unto you, O LORD; you are great, and your name is great in might.

4ସେମାନେ ରୂପା ଓ ସୁନାରେ ତାହା ମଣ୍ଡନ କରନ୍ତି; ପୁଣି, ତାହା ଯେପରି ଟଳଟଳ ହେବ ନାହିଁ, ଏଥିପାଇଁ ହାତୁଡ଼ି ଦ୍ୱାରା କଣ୍ଟା ମାରି ତାହା ଦୃଢ଼ କରନ୍ତି।

5ସେସବୁ ତାଳଗଛ ତୁଲ୍ୟ, କୁନ୍ଦା କର୍ମ ଓ କଥା କହନ୍ତି ନାହିଁ; ସେମାନେ ଚାଲି ପାରନ୍ତି ନାହିଁ, ଏଥିପାଇଁ ସେମାନଙ୍କୁ ବହିବାକୁ ହୁଏ। ସେମାନଙ୍କ ବିଷୟରେ ଭୀତ ହୁଅ ନାହିଁ; କାରଣ ସେମାନେ ଅମଙ୍ଗଳ କରିପାରନ୍ତି ନାହିଁ କିଅବା ମଙ୍ଗଳ କରିବାକୁ ହିଁ ସେମାନଙ୍କର ସାଧ୍ୟ ନାହିଁ।”

6ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ; ତୁମ୍ଭେ ମହାନ, ଓ ପରାକ୍ରମରେ ତୁମ୍ଭର ନାମ ମହତ।

7ହେ ସର୍ବଦେଶୀୟମାନଙ୍କର ରାଜନ୍‍, ତୁମ୍ଭଙ୍କୁ କିଏ ଭୟ ନ କରିବ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ।

8ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.