ଯିରିମୀୟ 10

ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।

Jeremiah 10:8 (UKJV) But they are altogether brutish and foolish: the stock is a doctrine of vanities.

6ହେ ସଦାପ୍ରଭୁ, ତୁମ୍ଭ ତୁଲ୍ୟ କେହି ନାହିଁ; ତୁମ୍ଭେ ମହାନ, ଓ ପରାକ୍ରମରେ ତୁମ୍ଭର ନାମ ମହତ।

7ହେ ସର୍ବଦେଶୀୟମାନଙ୍କର ରାଜନ୍‍, ତୁମ୍ଭଙ୍କୁ କିଏ ଭୟ ନ କରିବ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ।

8ସେମାନେ ସମସ୍ତେ ପଶୁବତ୍‍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।

9ତର୍ଶୀଶରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ୱର୍ଣ୍ଣକାରର ହସ୍ତନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତ କର୍ମ।

10ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତକାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.