7ହେ ସର୍ବଦେଶୀୟମାନଙ୍କର ରାଜନ୍, ତୁମ୍ଭଙ୍କୁ କିଏ ଭୟ ନ କରିବ? କାରଣ ତାହା ତୁମ୍ଭର ପ୍ରାପ୍ୟ; ଯେହେତୁ ନାନା ଦେଶୀୟ ସମୁଦାୟ ଜ୍ଞାନୀମାନଙ୍କ ମଧ୍ୟରେ ଓ ସେମାନଙ୍କ ସମୁଦାୟ ରାଜକୀୟ ଐଶ୍ୱର୍ଯ୍ୟଶାଳୀମାନଙ୍କ ମଧ୍ୟରେ ତୁମ୍ଭ ତୁଲ୍ୟ କେହି ନାହିଁ।
8ସେମାନେ ସମସ୍ତେ ପଶୁବତ୍ ଓ ଅଜ୍ଞାନ ପ୍ରତିମାଗଣର ଶିକ୍ଷା କାଷ୍ଠ ମାତ୍ର।
9ତର୍ଶୀଶରୁ ପିଟା ରୂପାପାତ୍ର ଓ ଉଫସରୁ ସୁନା ଅଣାଯାଏ, ତାହା କାରିଗରର କର୍ମ ଓ ସ୍ୱର୍ଣ୍ଣକାରର ହସ୍ତନିର୍ମିତ; ସେମାନଙ୍କର ବସ୍ତ୍ର ନୀଳ ଓ ଧୂମ୍ରବର୍ଣ୍ଣ, ସେସବୁ ନିପୁଣ ଶିଳ୍ପକରମାନଙ୍କର କୃତ କର୍ମ।
10ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତକାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।
11ତୁମ୍ଭେମାନେ ସେମାନଙ୍କୁ ଏହି କଥା କହିବ, “ଯେଉଁ ଦେବତାମାନେ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରି ନାହାନ୍ତି, ସେମାନେ ପୃଥିବୀରୁ ଓ ଆକାଶମଣ୍ଡଳର ତଳୁ ବିନଷ୍ଟ ହେବେ।”