ଯିରିମୀୟ 11

ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ? କାରଣ ସେ ଅନେକଙ୍କ ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି, ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ।

Jeremiah 11:15 (UKJV) What has my beloved to do in mine house, seeing she has wrought lewdness with many, and the holy flesh is passed from you? when you do evil, then you rejoice.

13କାରଣ ହେ ଯିହୁଦା, ତୁମ୍ଭର ନଗରସମୂହର ସଂଖ୍ୟାନୁସାରେ ତୁମ୍ଭର ଦେବଗଣ ଅଛନ୍ତି; ପୁଣି, ତୁମ୍ଭେମାନେ ଯିରୂଶାଲମର ସଡ଼କସମୂହର ସଂଖ୍ୟାନୁସାରେ, ଲଜ୍ଜାସ୍ପଦ ବସ୍ତୁ ଉଦ୍ଦେଶ୍ୟରେ ଯଜ୍ଞବେଦି, ଅର୍ଥାତ୍‍, ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ନିମନ୍ତେ ଯଜ୍ଞବେଦି ସ୍ଥାପନ କରିଅଛ।

14ଏହେତୁ ତୁମ୍ଭେ ଏହି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ ଉଚ୍ଚ ଆର୍ତ୍ତସ୍ୱର ଅବା ପ୍ରାର୍ଥନା କର ନାହିଁ, କାରଣ ସେମାନେ ଆପଣାମାନଙ୍କର ବିପଦ ସକାଶୁ ଆମ୍ଭ ନିକଟରେ ଆର୍ତ୍ତସ୍ୱର କଲା ବେଳେ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।

15ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ? କାରଣ ସେ ଅନେକଙ୍କ ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି, ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ।

16ସଦାପ୍ରଭୁ ତୁମ୍ଭକୁ ମନୋହର ଫଳରେ ସୁନ୍ଦର ହରିତ୍‍ବର୍ଣ୍ଣ ଜୀତବୃକ୍ଷ ବୋଲି ନାମ ଦେଲେ; ଲୋକସମୂହର ମହାଶବ୍ଦ ସହକାରେ, ସେ ତହିଁ ଉପରେ ଅଗ୍ନି ଜ୍ୱଳାଇ ଅଛନ୍ତି ଓ ତହିଁର ଶାଖାସବୁ ଭଗ୍ନ ହୋଇଅଛି।

17ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ ବଂଶର ଓ ଯିହୁଦା ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍‍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.