14ଏହେତୁ ତୁମ୍ଭେ ଏହି ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କର ନାହିଁ, କିଅବା ସେମାନଙ୍କ ନିମନ୍ତେ ଉଚ୍ଚ ଆର୍ତ୍ତସ୍ୱର ଅବା ପ୍ରାର୍ଥନା କର ନାହିଁ, କାରଣ ସେମାନେ ଆପଣାମାନଙ୍କର ବିପଦ ସକାଶୁ ଆମ୍ଭ ନିକଟରେ ଆର୍ତ୍ତସ୍ୱର କଲା ବେଳେ ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।
15ଆମ୍ଭ ଗୃହରେ ଆମ୍ଭ ପ୍ରିୟାର କି କାର୍ଯ୍ୟ? କାରଣ ସେ ଅନେକଙ୍କ ସଙ୍ଗେ ବ୍ୟଭିଚାର କରିଅଛି ଓ ତୁମ୍ଭ ନିକଟରୁ ପବିତ୍ର ମାଂସ ଅନ୍ତରିତ ହୋଇଅଛି, ଦୁଷ୍କର୍ମ କଲା ବେଳେ ତୁମ୍ଭେ ଆନନ୍ଦ କରୁଅଛ।
16ସଦାପ୍ରଭୁ ତୁମ୍ଭକୁ ମନୋହର ଫଳରେ ସୁନ୍ଦର ହରିତ୍ବର୍ଣ୍ଣ ଜୀତବୃକ୍ଷ ବୋଲି ନାମ ଦେଲେ; ଲୋକସମୂହର ମହାଶବ୍ଦ ସହକାରେ, ସେ ତହିଁ ଉପରେ ଅଗ୍ନି ଜ୍ୱଳାଇ ଅଛନ୍ତି ଓ ତହିଁର ଶାଖାସବୁ ଭଗ୍ନ ହୋଇଅଛି।
17ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ ବଂଶର ଓ ଯିହୁଦା ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।”
18ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ ଜ୍ଞାନ ଦିଅନ୍ତେ, ମୁଁ ତାହା ଜାଣିଲି; ସେସମୟରେ ତୁମ୍ଭେ ମୋତେ ସେମାନଙ୍କର କ୍ରିୟା ଦେଖାଇଲ।