16ସଦାପ୍ରଭୁ ତୁମ୍ଭକୁ ମନୋହର ଫଳରେ ସୁନ୍ଦର ହରିତ୍ବର୍ଣ୍ଣ ଜୀତବୃକ୍ଷ ବୋଲି ନାମ ଦେଲେ; ଲୋକସମୂହର ମହାଶବ୍ଦ ସହକାରେ, ସେ ତହିଁ ଉପରେ ଅଗ୍ନି ଜ୍ୱଳାଇ ଅଛନ୍ତି ଓ ତହିଁର ଶାଖାସବୁ ଭଗ୍ନ ହୋଇଅଛି।
17ଯେହେତୁ ତୁମ୍ଭର ରୋପଣକର୍ତ୍ତା ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭ ବିରୁଦ୍ଧରେ ଅମଙ୍ଗଳର କଥା କହିଅଛନ୍ତି; ଇସ୍ରାଏଲ ବଂଶର ଓ ଯିହୁଦା ବଂଶର ଦୁଷ୍ଟତା ଏଥିର କାରଣ, ସେମାନେ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଆମ୍ଭକୁ ବିରକ୍ତ କରିବା ସକାଶୁ ଆପଣାମାନଙ୍କ ନିମନ୍ତେ ଆପେ ତାହା ସମ୍ପନ୍ନ କରିଅଛନ୍ତି।”
18ଏଥିଉତ୍ତାରେ ସଦାପ୍ରଭୁ ଆମ୍ଭକୁ ଜ୍ଞାନ ଦିଅନ୍ତେ, ମୁଁ ତାହା ଜାଣିଲି; ସେସମୟରେ ତୁମ୍ଭେ ମୋତେ ସେମାନଙ୍କର କ୍ରିୟା ଦେଖାଇଲ।
19ମାତ୍ର ମୁଁ ହତ୍ୟା ନିମନ୍ତେ ନିଆଯାଉଥିବା ଶାନ୍ତ ମେଷଶାବକ ଓ ବଳଦ ପରି ଥିଲି; “ପୁଣି, ଆମ୍ଭେମାନେ ଫଳସୁଦ୍ଧା ବୃକ୍ଷ ନଷ୍ଟ କରୁ ଓ ତାହାର ନାମ ଯେପରି ଆଉ ସ୍ମରଣରେ ନ ଥାଏ, ଏଥିପାଇଁ ଜୀବିତ ଲୋକମାନଙ୍କ ଦେଶରୁ ତାହାକୁ କାଟି ପକାଉ,” ଏହି କଥା କହି ସେମାନେ ଯେ ମୋʼ ବିରୁଦ୍ଧରେ କୁମନ୍ତ୍ରଣା କରିଥିଲେ, ଏହା ମୁଁ ଜାଣି ନ ଥିଲି।
20ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ନ୍ୟାୟରେ ବିଚାର କରୁଥାଅ, ତୁମ୍ଭେ ମର୍ମ ଓ ଚିତ୍ତର ପରୀକ୍ଷା କରୁଥାଅ, ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ଦାନ ମୋତେ ଦେଖିବାକୁ ଦିଅ; କାରଣ ମୁଁ ତୁମ୍ଭ ନିକଟରେ ଆପଣା ଗୁହାରି ପ୍ରକାଶ କରିଅଛି।