20ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ନ୍ୟାୟରେ ବିଚାର କରୁଥାଅ, ତୁମ୍ଭେ ମର୍ମ ଓ ଚିତ୍ତର ପରୀକ୍ଷା କରୁଥାଅ, ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ଦାନ ମୋତେ ଦେଖିବାକୁ ଦିଅ; କାରଣ ମୁଁ ତୁମ୍ଭ ନିକଟରେ ଆପଣା ଗୁହାରି ପ୍ରକାଶ କରିଅଛି।
21ଏହେତୁ “ଅନାଥୋତ୍ ଲୋକମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି, ସେମାନେ ତୁମ୍ଭର ପ୍ରାଣ ଅନ୍ୱେଷଣ କରି କହନ୍ତି, ତୁମ୍ଭେ ଯେପରି ଆମ୍ଭମାନଙ୍କ ହସ୍ତରେ ହତ ନ ହୁଅ, ଏଥିପାଇଁ ସଦାପ୍ରଭୁଙ୍କ ନାମରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର ନାହିଁ;
22ଏନିମନ୍ତେ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା; ଯୁବାଗଣ ଖଡ୍ଗରେ ମରିବେ; ସେମାନଙ୍କର ପୁତ୍ର ଓ କନ୍ୟାଗଣ ଦୁର୍ଭିକ୍ଷରେ ମରିବେ;
23ସେମାନଙ୍କର ଅବଶିଷ୍ଟ କେହି ରହିବେ ନାହିଁ; କାରଣ ଆମ୍ଭେ ଅନାଥୋତ୍ ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କର ପ୍ରତିଫଳ ପ୍ରାପ୍ତିର ବର୍ଷ ଆଣିବା।”