1ହେ ସଦାପ୍ରଭୁ, ମୁଁ ଯେତେବେଳେ ତୁମ୍ଭ ସଙ୍ଗେ ପ୍ରତିବାଦ କରେ, ତୁମ୍ଭେ ଧାର୍ମିକ ଅଟ; ତଥାପି ବିଚାର ବିଷୟରେ ମୁଁ ତୁମ୍ଭ ସଙ୍ଗେ ବାଦାନୁବାଦ କରିବି; ଦୁଷ୍ଟ ଲୋକମାନଙ୍କର ପଥ କାହିଁକି କୁଶଳଯୁକ୍ତ ହୁଏ? ଅତି ବିଶ୍ୱାସଘାତକ ସମସ୍ତେ କାହିଁକି ନିରାପଦରେ ଥାʼନ୍ତି?
2ତୁମ୍ଭେ ସେମାନଙ୍କୁ ରୋପଣ କରିଅଛ, ସେମାନେ ବଦ୍ଧମୂଳ ହୋଇଅଛନ୍ତି; ସେମାନେ ବଢ଼ନ୍ତି, ହଁ, ସେମାନେ ଫଳ ଫଳନ୍ତି; ତୁମ୍ଭେ ସେମାନଙ୍କ ମୁଖର ନିକଟରେ ଓ ସେମାନଙ୍କ ଅନ୍ତଃକରଣରୁ ଦୂରରେ ଅଛ।
3ମାତ୍ର ହେ ସଦାପ୍ରଭୁ, ତୁମ୍ଭେ ମୋତେ ଜାଣୁଅଛ; ତୁମ୍ଭେ ମୋତେ ଦେଖୁଅଛ ଓ ତୁମ୍ଭ ପ୍ରତି ମୋର ମନ କିପରି, ତାହା ପରୀକ୍ଷା କରୁଅଛ; ତୁମ୍ଭେ ସେମାନଙ୍କୁ ହତ୍ୟା ନିମନ୍ତେ ମେଷଗଣ ତୁଲ୍ୟ ଟାଣି ଆଣ ଓ ହତ୍ୟା ଦିନର ନିମନ୍ତେ ସେମାନଙ୍କୁ ପ୍ରସ୍ତୁତ ରଖ।
4କେତେ କାଳ ଦେଶ ଶୋକ କରିବ ଓ ସମୁଦାୟ ଦେଶର ତୃଣ ଶୁଷ୍କ ହେବ? ତହିଁର ନିବାସୀମାନଙ୍କର ଦୁଷ୍ଟତା ସକାଶୁ ପଶୁ ଓ ପକ୍ଷୀସବୁ କ୍ଷୟ ପାଉଅଛନ୍ତି; କାରଣ ଲୋକମାନେ କହିଲେ, “ସେ ଆମ୍ଭମାନଙ୍କର ଶେଷ ଗତି ଦେଖିବ ନାହିଁ।”