5“ଯଦି ତୁମ୍ଭେ ପଦାତିକଗଣର ସଙ୍ଗେ ଦୌଡ଼ିଲେ ସେମାନେ ତୁମ୍ଭକୁ କ୍ଳାନ୍ତ କରିଅଛନ୍ତି, ଯଦି ତୁମ୍ଭେ ଅଶ୍ୱଗଣ ସଙ୍ଗରେ କିପରି ପଣ କରି ପାରିବ? ପୁଣି, ଯଦ୍ୟପି ଶାନ୍ତିର ଦେଶରେ ନିର୍ଭୟ ହୁଅ, ତଥାପି ଯର୍ଦ୍ଦନର ଦର୍ପ ସ୍ଥାନରେ ତୁମ୍ଭେ କଅଣ କରିବ?
6କାରଣ ତୁମ୍ଭର ଭାଇମାନେ ଓ ପିତୃବଂଶ ତୁମ୍ଭ ପ୍ରତି ବିଶ୍ୱାସଘାତକତା କରିଅଛନ୍ତି; ସେମାନେ ତୁମ୍ଭ ପଛେ ପଛେ ଉଚ୍ଚରେ ଡାକ ପକାଇଅଛନ୍ତି; ସେମାନେ ତୁମ୍ଭକୁ ମିଷ୍ଟ କଥା କହିଲେ ହେଁ ସେମାନଙ୍କୁ ବିଶ୍ୱାସ କର ନାହିଁ।”
7“ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।
8ଆମ୍ଭର ଅଧିକାର ଆମ୍ଭ ପ୍ରତି ଅରଣ୍ୟସ୍ଥ ସିଂହ ପରି ହୋଇଅଛି; ସେ ଆମ୍ଭ ବିରୁଦ୍ଧରେ ହୁଙ୍କାର କରିଅଛି; ଏଥିପାଇଁ ଆମ୍ଭେ ତାହାକୁ ଘୃଣା କରିଅଛୁ।
9ଆମ୍ଭର ଅଧିକାର ଆମ୍ଭ ପ୍ରତି କି ଚିତ୍ରିତ ଶିକାରୀ ପକ୍ଷୀ ତୁଲ୍ୟ ଅଟେ, ଶିକାରୀ ପକ୍ଷୀମାନେ ତାହାର ବିରୁଦ୍ଧରେ ଚାରିଆଡ଼େ ଘେରିଅଛନ୍ତି? ତୁମ୍ଭେମାନେ ଯାଇ ବନ୍ୟ ପଶୁମାନଙ୍କୁ ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ।