7“ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।
8ଆମ୍ଭର ଅଧିକାର ଆମ୍ଭ ପ୍ରତି ଅରଣ୍ୟସ୍ଥ ସିଂହ ପରି ହୋଇଅଛି; ସେ ଆମ୍ଭ ବିରୁଦ୍ଧରେ ହୁଙ୍କାର କରିଅଛି; ଏଥିପାଇଁ ଆମ୍ଭେ ତାହାକୁ ଘୃଣା କରିଅଛୁ।
9ଆମ୍ଭର ଅଧିକାର ଆମ୍ଭ ପ୍ରତି କି ଚିତ୍ରିତ ଶିକାରୀ ପକ୍ଷୀ ତୁଲ୍ୟ ଅଟେ, ଶିକାରୀ ପକ୍ଷୀମାନେ ତାହାର ବିରୁଦ୍ଧରେ ଚାରିଆଡ଼େ ଘେରିଅଛନ୍ତି? ତୁମ୍ଭେମାନେ ଯାଇ ବନ୍ୟ ପଶୁମାନଙ୍କୁ ଗ୍ରାସ କରାଇବା ନିମନ୍ତେ ଏକତ୍ର କରି ଆଣ।
10ଅନେକ ପଲରକ୍ଷକ ଆମ୍ଭର ଦ୍ରାକ୍ଷାକ୍ଷେତ୍ର ନଷ୍ଟ କରିଅଛନ୍ତି, ସେମାନେ ଆମ୍ଭର ଭୂମି ପଦ ତଳେ ଦଳିତ କରିଅଛନ୍ତି, ସେମାନେ ଆମ୍ଭର ମନୋରମ ଭୂମିକୁ ଧ୍ୱଂସିତ ପ୍ରାନ୍ତର କରିଅଛନ୍ତି।
11ସେମାନେ ତାହା ଧ୍ୱଂସସ୍ଥାନ କରିଅଛନ୍ତି; ତାହା ଧ୍ୱଂସିତ ହୋଇ ଆମ୍ଭ ନିକଟରେ ବିଳାପ କରୁଅଛି; କେହି ମନୋଯୋଗ ନ କରିବାରୁ ସମୁଦାୟ ଦେଶ ଧ୍ୱଂସିତ ହେଉଅଛି।