ଯିରିମୀୟ 13

ତୁମ୍ଭେମାନେ ଚକ୍ଷୁ ଖୋଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ; ତୁମ୍ଭକୁ ଯେଉଁ ପଲ ଦତ୍ତ ହୋଇଥିଲା, ତୁମ୍ଭର ସେହି ସୁନ୍ଦର ପଲ କାହିଁ?

Jeremiah 13:20 (UKJV) Lift up your eyes, and behold them that come from the north: where is the flock that was given you, your beautiful flock?

18ତୁମ୍ଭେ ରାଜାକୁ ଓ ରାଜମାତାକୁ କୁହ, “ତୁମ୍ଭେମାନେ ଆପଣାମାନଙ୍କୁ ନମ୍ର କରି ବସ; କାରଣ ତୁମ୍ଭମାନଙ୍କର ମସ୍ତକାଭରଣ, ଅର୍ଥାତ୍‍, ଗୌରବ ମୁକୁଟ ତଳେ ପଡ଼ିଅଛି।

19ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି।

20ତୁମ୍ଭେମାନେ ଚକ୍ଷୁ ଖୋଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ; ତୁମ୍ଭକୁ ଯେଉଁ ପଲ ଦତ୍ତ ହୋଇଥିଲା, ତୁମ୍ଭର ସେହି ସୁନ୍ଦର ପଲ କାହିଁ?

21ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ?

22ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.