19ଦକ୍ଷିଣ ପ୍ରଦେଶୀୟ ନଗରସବୁ ରୁଦ୍ଧ ହୋଇଅଛି ଓ ତାହା ଫିଟାଇବାକୁ କେହି ନାହିଁ; ସମୁଦାୟ ଯିହୁଦା ନିର୍ବାସିତ ହୋଇଅଛି; ତାହା ସମ୍ପୂର୍ଣ୍ଣ ରୂପେ ନିର୍ବାସିତ ହୋଇଅଛି।
20ତୁମ୍ଭେମାନେ ଚକ୍ଷୁ ଖୋଲି ଉତ୍ତର ଦିଗରୁ ଆସନ୍ତା ଲୋକମାନଙ୍କୁ ଦେଖ; ତୁମ୍ଭକୁ ଯେଉଁ ପଲ ଦତ୍ତ ହୋଇଥିଲା, ତୁମ୍ଭର ସେହି ସୁନ୍ଦର ପଲ କାହିଁ?
21ତୁମ୍ଭେ ଯେଉଁମାନଙ୍କୁ ନିଜେ ଆପଣା ବିରୁଦ୍ଧରେ ଶିକ୍ଷା ଦେଇଅଛ, ତୁମ୍ଭର ସେହି ମିତ୍ରମାନଙ୍କୁ ଯେତେବେଳେ ସେ ତୁମ୍ଭର ମସ୍ତକ ସ୍ୱରୂପ କରି ନିଯୁକ୍ତ କରିବେ, ସେତେବେଳେ ତୁମ୍ଭେ କଅଣ କହିବ? ପ୍ରସବକାଳରେ ଯେପରି ସ୍ତ୍ରୀଲୋକ, ସେହିପରି ତୁମ୍ଭେ କି ବେଦନାଗ୍ରସ୍ତ ହେବ ନାହିଁ?
22ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।
23କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?