22ପୁଣି ଯଦି ତୁମ୍ଭେ ମନେ ମନେ ପଚାରିବ, ମୋʼ ପ୍ରତି ଏପରି ଦଶା କାହିଁକି ଘଟିଲା? (ତେବେ ଶୁଣ,) ତୁମ୍ଭ ଅଧର୍ମର ବାହୁଲ୍ୟରୁ ତୁମ୍ଭ ବସ୍ତ୍ରର ଅଞ୍ଚଳ ଉଠାଯାଇଅଛି ଓ ତୁମ୍ଭର ଗୋଇଠି ଦୌରାତ୍ମ୍ୟ ଭୋଗ କରୁଅଛି।
23କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?
24ଏନିମନ୍ତେ ପ୍ରାନ୍ତରସ୍ଥ ବାୟୁ ସମ୍ମୁଖରେ ଉଡ଼ନ୍ତା ନଡ଼ା ପରି ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବା।
25ସଦାପ୍ରଭୁ କହନ୍ତି, ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ।
26ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ ତୁମ୍ଭ ମୁଖ ପର୍ଯ୍ୟନ୍ତ ଟେକିବା ଓ ତୁମ୍ଭର ଲଜ୍ଜା ଦେଖାଯିବ।