ଯିରିମୀୟ 13

ସଦାପ୍ରଭୁ କହନ୍ତି, ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ।

Jeremiah 13:25 (UKJV) This is your lot, the portion of your measures from me, says the LORD; because you have forgotten me, and trusted in falsehood.

23କୂଶୀୟ ଲୋକ କି ଆପଣା ଚର୍ମ ଓ ଚିତାବାଘ କି ଆପଣା ଚିତ୍ରବର୍ଣ୍ଣ ବଦଳାଇ ପାରେ? ତାହାହେଲେ, କୁକର୍ମ କରିବାକୁ ଅଭ୍ୟସ୍ତ ଯେ ତୁମ୍ଭେମାନେ, ତୁମ୍ଭେମାନେ କି ସୁକର୍ମ କରି ପାରିବ?

24ଏନିମନ୍ତେ ପ୍ରାନ୍ତରସ୍ଥ ବାୟୁ ସମ୍ମୁଖରେ ଉଡ଼ନ୍ତା ନଡ଼ା ପରି ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରି ପକାଇବା।

25ସଦାପ୍ରଭୁ କହନ୍ତି, ଆମ୍ଭଠାରୁ ଏହି ତୁମ୍ଭର ବାଣ୍ଟ ଓ ପରିମିତ ଅଂଶ; କାରଣ ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ମିଥ୍ୟାରେ ବିଶ୍ୱାସ କରିଅଛ।

26ଏନିମନ୍ତେ ଆମ୍ଭେ ହିଁ ତୁମ୍ଭ ବସ୍ତ୍ରର ଅଞ୍ଚଳ ତୁମ୍ଭ ମୁଖ ପର୍ଯ୍ୟନ୍ତ ଟେକିବା ଓ ତୁମ୍ଭର ଲଜ୍ଜା ଦେଖାଯିବ।

27ଆମ୍ଭେ କ୍ଷେତ୍ରସ୍ଥ ଗିରିଗଣ ଉପରେ ତୁମ୍ଭର ଘୃଣ୍ୟ କର୍ମ, ତୁମ୍ଭର ବ୍ୟଭିଚାର, ତୁମ୍ଭର ହିଁ ହିଁ ହେବାର ଓ ତୁମ୍ଭର ବେଶ୍ୟାବୃତ୍ତିର ଦୁଷ୍ଟତା ଦେଖିଅଛୁ। ହେ ଯିରୂଶାଲମ, ତୁମ୍ଭେ ସନ୍ତାପର ପାତ୍ର! ତୁମ୍ଭେ ଶୁଚିକୃତ ହେବାକୁ ମଙ୍ଗୁ ନାହଁ; ଆହୁରି କେତେ କାଳ ଏପରି ହେବ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.