1ଅନାବୃଷ୍ଟି ବିଷୟରେ ଯିରିମୀୟଙ୍କ ନିକଟରେ ଉପସ୍ଥିତ ସଦାପ୍ରଭୁଙ୍କର ବାକ୍ୟ।
2“ଯିହୁଦା ଶୋକ କରୁଅଛି ଓ ତହିଁର ନଗରଦ୍ୱାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ୱର ଊର୍ଦ୍ଧ୍ୱକୁ ଉଠିଅଛି।
3ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।