ଯିରିମୀୟ 14

ଆହୁରି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏହି ଲୋକମାନଙ୍କ ପକ୍ଷରେ ମଙ୍ଗଳ ପ୍ରାର୍ଥନା କର ନାହିଁ।

Jeremiah 14:11 (UKJV) Then said the LORD unto me, Pray not for this people for their good.

9ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ କିଅବା ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”

10ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”

11ଆହୁରି, ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଏହି ଲୋକମାନଙ୍କ ପକ୍ଷରେ ମଙ୍ଗଳ ପ୍ରାର୍ଥନା କର ନାହିଁ।

12ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।”

13ତହିଁରେ ମୁଁ କହିଲି, “ହାୟ ପ୍ରଭୁ, ସଦାପ୍ରଭୁ! ଦେଖ, ‘ତୁମ୍ଭେମାନେ ଖଡ୍ଗ ଦେଖିବ ନାହିଁ, କିଅବା ତୁମ୍ଭମାନଙ୍କ ପ୍ରତି ଦୁର୍ଭିକ୍ଷ ଘଟିବ ନାହିଁ, ମାତ୍ର ଆମ୍ଭେ ଏହି ସ୍ଥାନରେ ତୁମ୍ଭମାନଙ୍କୁ ଦୃଢ଼ ଶାନ୍ତି ଦେବା ବୋଲି ଭବିଷ୍ୟଦ୍‍ବକ୍ତାମାନେ ଏହି କଥା ସେମାନଙ୍କୁ କହନ୍ତି।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.