ଯିରିମୀୟ 14

ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।

Jeremiah 14:17 (UKJV) Therefore you shall say this word unto them; Let mine eyes run down with tears night and day, and let them not cease: for the virgin daughter of my people is broken with a great breach, with a very grievous blow.

15ଏହେତୁ ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଆମ୍ଭ ନାମରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ଆମ୍ଭେ ସେମାନଙ୍କୁ ପ୍ରେରଣ ନ କଲେ ହେଁ ସେମାନେ କହନ୍ତି, ‘ଏହି ଦେଶରେ ଖଡ୍ଗ ଓ ଦୁର୍ଭିକ୍ଷ ଉପସ୍ଥିତ ହେବ ନାହିଁ,’ ସେମାନଙ୍କ ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ସେହି ଭବିଷ୍ୟଦ୍‍ବକ୍ତାମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ବିନଷ୍ଟ ହେବେ।

16ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ୍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।

17ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।

18ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ! କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।’”

19ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ୱାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.