ଯିରିମୀୟ 14

“ଯିହୁଦା ଶୋକ କରୁଅଛି ଓ ତହିଁର ନଗରଦ୍ୱାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ୱର ଊର୍ଦ୍ଧ୍ୱକୁ ଉଠିଅଛି।

Jeremiah 14:2 (UKJV) Judah mourns, and the gates thereof languish; they are black unto the ground; and the cry of Jerusalem is gone up.

1ଅନାବୃଷ୍ଟି ବିଷୟରେ ଯିରିମୀୟଙ୍କ ନିକଟରେ ଉପସ୍ଥିତ ସଦାପ୍ରଭୁଙ୍କର ବାକ୍ୟ।

2“ଯିହୁଦା ଶୋକ କରୁଅଛି ଓ ତହିଁର ନଗରଦ୍ୱାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ୱର ଊର୍ଦ୍ଧ୍ୱକୁ ଉଠିଅଛି।

3ପୁଣି, ସେମାନଙ୍କର କୁଳୀନମାନେ ଆପଣା ଆପଣା ଅଧୀନସ୍ଥ ଲୋକମାନଙ୍କୁ ଜଳ ପାଇଁ ପଠାନ୍ତି; ସେମାନେ ଗର୍ତ୍ତ ନିକଟକୁ ଆସି କିଛି ଜଳ ପାଆନ୍ତି ନାହିଁ; ସେମାନେ ଶୂନ୍ୟପାତ୍ର ଘେନି ଫେରି ଯାଆନ୍ତି; ସେମାନେ ଲଜ୍ଜିତ ଓ ଘାବରା ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।

4ଦେଶରେ ବୃଷ୍ଟି ନ ହେବା ସକାଶୁ ଭୂମି ଫାଟି ଯିବାରୁ କୃଷକମାନେ ଲଜ୍ଜିତ ହୋଇ ଆପଣା ଆପଣା ମସ୍ତକ ଢାମ୍ପନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.