19ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ୱାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!
20ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
21ତୁମ୍ଭେ ଆପଣା ନାମ ସକାଶୁ ଆମ୍ଭମାନଙ୍କୁ ଘୃଣା କର ନାହିଁ; ଆପଣା ଗୌରବ ସିଂହାସନର ଅପମାନ କର ନାହିଁ; ସ୍ମରଣ କର, ଆମ୍ଭମାନଙ୍କ ସହିତ ତୁମ୍ଭର କୃତ ନିୟମ ଭଗ୍ନ କର ନାହିଁ।
22ଅନ୍ୟଦେଶୀୟମାନଙ୍କର ଅସାର ଦେବତାଗଣ ମଧ୍ୟରେ ଯେ ବୃଷ୍ଟି କରାଇପାରେ, ଏପରି କି କେହି ଅଛି? ଅଥବା ଆକାଶମଣ୍ଡଳ କି ବୃଷ୍ଟିଦାନ କରିପାରେ? ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ହିଁ କି ସେହି ବୃଷ୍ଟିଦାତା ନୁହଁ? ଏନିମନ୍ତେ ଆମ୍ଭେମାନେ ତୁମ୍ଭ ଅପେକ୍ଷାରେ ରହିବା; କାରଣ ତୁମ୍ଭେ ଏହିସବୁର ଉତ୍ପାଦନ କରିଅଛ।