6ପୁଣି, ବନ୍ୟ ଗର୍ଦ୍ଦଭମାନେ ବୃକ୍ଷଶୂନ୍ୟ ଗିରି ଉପରେ ଠିଆ ହୋଇ ଶୃଗାଳମାନଙ୍କ ପରି ବାୟୁ ସକାଶେ ଧକାନ୍ତି; ତୃଣ ନ ଥିବାରୁ ସେମାନଙ୍କର ଚକ୍ଷୁ କ୍ଷୀଣ ହୁଏ।”
7“ହେ ସଦାପ୍ରଭୁ, ଯଦ୍ୟପି ଆମ୍ଭମାନଙ୍କର ଅଧର୍ମସବୁ ଆମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦିଏ, ତଥାପି ତୁମ୍ଭେ ଆପଣା ନାମ ସକାଶୁ କାର୍ଯ୍ୟ କର; କାରଣ ଆମ୍ଭମାନଙ୍କର ବିପଥଗମନ ଅପାର; ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।
8ହେ ଇସ୍ରାଏଲର ଆଶାଭୂମି, ସଙ୍କଟ ସମୟରେ ତାହାର ଉଦ୍ଧାରକର୍ତ୍ତା, ତୁମ୍ଭେ ଦେଶ ମଧ୍ୟରେ ପ୍ରବାସୀ ତୁଲ୍ୟ ଓ ଗୋଟିଏ ରାତ୍ରି କ୍ଷେପଣ କରିବା ପାଇଁ ଆସିବା ପଥିକ ତୁଲ୍ୟ କାହିଁକି ହେବ?
9ତୁମ୍ଭେ କାହିଁକି ବିସ୍ମିତ ମନୁଷ୍ୟ ତୁଲ୍ୟ କିଅବା ଉଦ୍ଧାର କରିବାକୁ ଅସମର୍ଥ ବୀର ତୁଲ୍ୟ ହେବ; ତଥାପି ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କ ମଧ୍ୟରେ ଅଛ ଓ ଆମ୍ଭେମାନେ ତୁମ୍ଭ ନାମରେ ଖ୍ୟାତ ଅଟୁ। ଆମ୍ଭମାନଙ୍କୁ ପରିତ୍ୟାଗ କର ନାହିଁ।”
10ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”