ଯିରିମୀୟ 15

ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।

Jeremiah 15:1 (UKJV) Then said the LORD unto me, Though Moses and Samuel stood before me, yet my mind could not be toward this people: cast them out of my sight, and let them go forth.

1ସେତେବେଳେ ସଦାପ୍ରଭୁ ମୋତେ କହିଲେ, “ଯଦ୍ୟପି ମୋଶା ଓ ଶାମୁୟେଲ ଆମ୍ଭ ସମ୍ମୁଖରେ ଠିଆ ହୁଅନ୍ତେ, ତଥାପି ଆମ୍ଭର ମନ ଏହି ଲୋକମାନଙ୍କ ପ୍ରତି ଅନୁକୂଳ ହୁଅନ୍ତା ନାହିଁ; ସେମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂର କର, ସେମାନେ ବାହାରି ଯାଉନ୍ତୁ।

2ପୁଣି, ଯଦି ସେମାନେ ତୁମ୍ଭକୁ କହନ୍ତି, ‘ଆମ୍ଭେମାନେ କେଉଁଠାକୁ ବାହାରି ଯିବା?’ ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ‘ସଦାପ୍ରଭୁ ଏହି କଥା କହନ୍ତି, ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ, ଖଡ୍ଗଯୋଗ୍ୟ ଲୋକମାନେ ଖଡ୍ଗ ନିକଟକୁ, ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁ ଓ ବନ୍ଦୀତ୍ୱର ଯୋଗ୍ୟ ଲୋକମାନେ ବନ୍ଦୀସ୍ଥାନକୁ ଯାଉନ୍ତୁ।’

3ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ବଧ କରିବା ନିମନ୍ତେ ଖଡ୍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକୁ ସେମାନଙ୍କ ଉପରେ ନିଯୁକ୍ତ କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.