10ଗୋ ଆମ୍ଭର ମାତା, ମୁଁ ସନ୍ତାପର ପାତ୍ର, ତୁମ୍ଭେ ମୋତେ ସମୁଦାୟ ପୃଥିବୀର ବିରୋଧ ଓ ବିବାଦର ପାତ୍ର କରି ଜାତ କରିଅଛ! ମୁଁ ସୁଧ ନିମନ୍ତେ ଋଣ ଦେଇ ନାହିଁ; କିଅବା ଲୋକେ ମୋତେ ସୁଧ ଲାଗି ଋଣ ଦେଇ ନାହାନ୍ତି; ତଥାପି ସେମାନଙ୍କର ପ୍ରତ୍ୟେକ ଜଣ ମୋତେ ଅଭିଶାପ ଦିଅନ୍ତି।
11ସଦାପ୍ରଭୁ କହିଲେ, “ଆମ୍ଭେ ନିଶ୍ଚୟ ମଙ୍ଗଳ ନିମନ୍ତେ ତୁମ୍ଭକୁ ସବଳ କରିବା; ଆମ୍ଭେ ନିଶ୍ଚୟ ବିପଦ ଓ ଦୁର୍ଦ୍ଦଶା ସମୟରେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭ ନିକଟରେ ବିନତି କରାଇବା।
12ଲୌହ, ଉତ୍ତର ଦେଶୀୟ ଲୌହ ଓ ପିତ୍ତଳ କି କେହି ଭାଙ୍ଗିପାରେ?
13ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ଧନଭଣ୍ଡାରସବୁ ବିନାମୂଲ୍ୟରେ ଲୁଟିତ ହେବା ପାଇଁ ଦେବା ଓ ତୁମ୍ଭର ସମୁଦାୟ ଅଞ୍ଚଳରେ ତୁମ୍ଭ ପାପସମୂହର ସକାଶେ ତାହା କରିବା।
14ପୁଣି, ଆମ୍ଭେ ସେସମସ୍ତଙ୍କୁ ତୁମ୍ଭ ଶତ୍ରୁଗଣର ସଙ୍ଗରେ ତୁମ୍ଭ ଅଜ୍ଞାତ ଏକ ଦେଶକୁ ନେଇଯିବା; କାରଣ ଆମ୍ଭର କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ ହୋଇଅଛି, ତାହା ତୁମ୍ଭମାନଙ୍କୁ ଦଗ୍ଧ କରିବ।”