18ମୋର ବେଦନା ନିତ୍ୟସ୍ଥାୟୀ ଓ ମୋର କ୍ଷତ ଅପ୍ରତୀକାର୍ଯ୍ୟ ହୋଇ ସୁସ୍ଥ ହେବାକୁ ଅସ୍ୱୀକାର କରେ କାହିଁକି? ତୁମ୍ଭେ କି ମୋʼ ପ୍ରତି ନିତାନ୍ତ ପ୍ରବଞ୍ଚନାଜନକ ନଦୀସ୍ରୋତ, ଅସ୍ଥାୟୀ ଜଳ ତୁଲ୍ୟ ହେବ?
19ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରିଯିବ ନାହିଁ।
20ପୁଣି, ଆମ୍ଭେ ଏହି ଲୋକମାନଙ୍କ ନିକଟରେ ତୁମ୍ଭକୁ ପିତ୍ତଳର ଦୃଢ଼ ପ୍ରାଚୀର ସ୍ୱରୂପ କରିବା; ସେମାନେ ତୁମ୍ଭ ସଙ୍ଗେ ଯୁଦ୍ଧ କରିବେ, ମାତ୍ର ତୁମ୍ଭକୁ ପରାଜୟ କରି ପାରିବେ ନାହିଁ; କାରଣ ସଦାପ୍ରଭୁ କହନ୍ତି, ତୁମ୍ଭକୁ ତ୍ରାଣ କରିବା ପାଇଁ ଓ ତୁମ୍ଭର ଉଦ୍ଧାର କରିବା ପାଇଁ ଆମ୍ଭେ ତୁମ୍ଭ ସଙ୍ଗେ ସଙ୍ଗେ ଅଛୁ।
21ପୁଣି, ଆମ୍ଭେ ତୁମ୍ଭକୁ ଦୁଷ୍ଟମାନଙ୍କ ହସ୍ତରୁ ଉଦ୍ଧାର କରିବା ଓ ଆମ୍ଭେ ତୁମ୍ଭକୁ ଭୟାନକ ଲୋକମାନଙ୍କ ହସ୍ତରୁ ମୁକ୍ତ କରିବା।”