3ପୁଣି, ସଦାପ୍ରଭୁ କହନ୍ତି, ଆମ୍ଭେ ବଧ କରିବା ନିମନ୍ତେ ଖଡ୍ଗ, ବିଦୀର୍ଣ୍ଣ କରିବା ନିମନ୍ତେ କୁକ୍କୁରଗଣ, ପୁଣି ଗ୍ରାସ ଓ ବିନାଶ କରିବା ନିମନ୍ତେ ଖେଚର ପକ୍ଷୀଗଣ ଓ ଭୂଚର ପଶୁଗଣ, ଏହି ଚାରି ଜାତିକୁ ସେମାନଙ୍କ ଉପରେ ନିଯୁକ୍ତ କରିବା।
4ଆଉ, ଯିହୁଦାର ରାଜା ହିଜକୀୟର ପୁତ୍ର ମନଃଶିର ଯିରୂଶାଲମରେ କୃତକାର୍ଯ୍ୟ ସକାଶୁ ଆମ୍ଭେ ସେମାନଙ୍କୁ ପୃଥିବୀର ଯାବତୀୟ ରାଜ୍ୟରେ ଏଣେତେଣେ ନିକ୍ଷିପ୍ତ କରାଇବା।
5କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ? ଅବା କିଏ ତୁମ୍ଭ ଲାଗି ବିଳାପ କରିବ? ଅଥବା ତୁମ୍ଭର ମଙ୍ଗଳ ବିଷୟ ପଚାରିବା ପାଇଁ କିଏ ତୁମ୍ଭ ନିକଟକୁ ଆସିବ?
6ସଦାପ୍ରଭୁ କହନ୍ତି, ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳାନ୍ତ ହୋଇଅଛୁ।
7ଆମ୍ଭେ ସେମାନଙ୍କୁ ଦେଶର ପୁରଦ୍ୱାରସମୂହରେ କୁଲାରେ ପାଛୁଡ଼ି ଅଛୁ; ଆମ୍ଭେ ସେମାନଙ୍କୁ ସନ୍ତାନସନ୍ତତି ବିହୀନ କରିଅଛୁ, ଆମ୍ଭେ ଆପଣା ଲୋକମାନଙ୍କୁ ବିନାଶ କରିଅଛୁ; ସେମାନେ ଆପଣା ଆପଣା ପଥରୁ ଫେରି ନାହାନ୍ତି।