ଯିରିମୀୟ 16

ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।

Jeremiah 16:19 (UKJV) O LORD, my strength, and my fortress, and my refuge in the day of affliction, the Gentiles shall come unto you from the ends of the earth, and shall say, Surely our fathers have inherited lies, vanity, and things wherein there is no profit.

17କାରଣ ସେମାନଙ୍କର ସମସ୍ତ ପଥରେ ଆମ୍ଭର ଦୃଷ୍ଟି ଅଛି; ସେମାନେ ଆମ୍ଭ ସାକ୍ଷାତରୁ ଲୁଚା ନୁହନ୍ତି, କିଅବା ସେମାନଙ୍କର ଅଧର୍ମ ଆମ୍ଭ ଦୃଷ୍ଟିରେ ଅଗୋଚର ନୁହେଁ।

18ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା, କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।”

19ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍‍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।

20ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ୱର ନିର୍ମାଣ କରିବ? ସେ ତ ଈଶ୍ୱର ନୁହେଁ।”

21“ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକ ଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.