18ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା, କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।”
19ହେ ମୋର ବଳ, ମୋର ଦୃଢ଼ ଦୁର୍ଗ ଓ ବିପଦ ସମୟରେ ମୋର ଆଶ୍ରୟ ସ୍ୱରୂପ ସଦାପ୍ରଭୁ, ପୃଥିବୀର ପ୍ରାନ୍ତସକଳରୁ ନାନା ଦେଶୀୟମାନେ ତୁମ୍ଭ ନିକଟକୁ ଆସି କହିବେ, “ଆମ୍ଭମାନଙ୍କର ପୂର୍ବପୁରୁଷମାନେ କେବଳ ମିଥ୍ୟା, ଅର୍ଥାତ୍, ଅସାର ଓ ନିଷ୍ଫଳ ବସ୍ତୁ ଅଧିକାର କରିଅଛନ୍ତି।
20ମନୁଷ୍ୟ କି ଆପଣା ନିମନ୍ତେ ଈଶ୍ୱର ନିର୍ମାଣ କରିବ? ସେ ତ ଈଶ୍ୱର ନୁହେଁ।”
21“ଏନିମନ୍ତେ ଦେଖ, ଆମ୍ଭେ ସେମାନଙ୍କୁ ଜ୍ଞାତ କରାଇବା, ଆମେ ଏହି ଏକ ଥର ସେମାନଙ୍କୁ ଆମ୍ଭର ହସ୍ତ ଓ ଆମ୍ଭର ପରାକ୍ରମ ଜ୍ଞାତ କରାଇବା; ତହିଁରେ ଆମ୍ଭର ନାମ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ।”