1“ଯିହୁଦାର ପାପ ଲୌହ ଲେଖନୀରେ ଓ ହୀରକର କଣ୍ଟକ ଦ୍ୱାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି।
2ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍ପୂର୍ଣ୍ଣ ବୃକ୍ଷ ନିକଟରେ ସେମାନଙ୍କର ଯଜ୍ଞବେଦି ଓ ଆଶେରା ମୂର୍ତ୍ତିସକଳ ସ୍ମରଣ କରନ୍ତି।
3ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀସକଳ ଲୁଟିତ ହେବା ପାଇଁ ଦେବା।