11ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ିଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ।
12ଆଦିକାଳରୁ ଊର୍ଦ୍ଧ୍ୱରେ ସ୍ଥାପିତ ଗୌରବମୟ ସିଂହାସନ, ଆମ୍ଭମାନଙ୍କର ଧର୍ମଧାମ ଅଟେ।
13ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋʼ ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।
14ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି, ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି; କାରଣ ତୁମ୍ଭେ ମୋର ପ୍ରଶଂସାଭୂମି।
15ଦେଖ, ସେମାନେ ମୋତେ କୁହନ୍ତି, “ସଦାପ୍ରଭୁଙ୍କର ବାକ୍ୟ କାହିଁ। ତାହା ଏବେ ଉପସ୍ଥିତ ହେଉ।”