14ହେ ସଦାପ୍ରଭୁ, ମୋତେ ସୁସ୍ଥ କର, ତହିଁରେ ମୁଁ ସୁସ୍ଥ ହେବି, ମୋତେ ପରିତ୍ରାଣ କର, ତହିଁରେ ମୁଁ ପରିତ୍ରାଣ ପାଇବି; କାରଣ ତୁମ୍ଭେ ମୋର ପ୍ରଶଂସାଭୂମି।
15ଦେଖ, ସେମାନେ ମୋତେ କୁହନ୍ତି, “ସଦାପ୍ରଭୁଙ୍କର ବାକ୍ୟ କାହିଁ। ତାହା ଏବେ ଉପସ୍ଥିତ ହେଉ।”
16ମୁଁ ତ ତୁମ୍ଭ ପଛେ ପଛେ ମେଷପାଳକର କାର୍ଯ୍ୟ କରିବାରୁ ବିମୁଖ ହେବା ପାଇଁ ବେଗଗାମୀ ହୋଇ ନାହିଁ; କିଅବା ସେହି ଅମଙ୍ଗଳର ଦିନ ଚାହିଁ ନାହିଁ; ତୁମ୍ଭେ ଜାଣୁଅଛ; ମୋʼ ଓଷ୍ଠରୁ ଯାହା ନିର୍ଗତ ହେଲା, ତାହା ତୁମ୍ଭ ସମ୍ମୁଖରେ ଥିଲା।
17ମୋʼ ପ୍ରତି ତ୍ରାସଜନକ ହୁଅ ନାହିଁ; ବିପଦ ଦିନରେ ତୁମ୍ଭେ ମୋର ଆଶ୍ରୟ ଅଟ।
18ଯେଉଁମାନେ ମୋତେ ତାଡ଼ନା କରନ୍ତି, ସେମାନେ ଲଜ୍ଜିତ ହେଉନ୍ତୁ, ମାତ୍ର ମୋତେ ଲଜ୍ଜିତ ହେବାକୁ ଦିଅ ନାହିଁ; ସେମାନେ ନିରାଶ ହେଉନ୍ତୁ, ମାତ୍ର ମୋତେ ନିରାଶ ହେବାକୁ ଦିଅ ନାହିଁ; ସେମାନଙ୍କ ଉପରେ ଅମଙ୍ଗଳର ଦିନ ଆଣ ଓ ଦ୍ୱିଗୁଣ ବିନାଶରେ ସେମାନଙ୍କୁ ବିନାଶ କର।