ଯିରିମୀୟ 17

ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀସକଳ ଲୁଟିତ ହେବା ପାଇଁ ଦେବା।

Jeremiah 17:3 (UKJV) O my mountain in the field, I will give your substance and all your treasures to the spoil, and your high places for sin, throughout all your borders.

1“ଯିହୁଦାର ପାପ ଲୌହ ଲେଖନୀରେ ଓ ହୀରକର କଣ୍ଟକ ଦ୍ୱାରା ଲିଖିତ ଅଛି; ତାହା ସେମାନଙ୍କର ହୃଦୟ ଫଳକରେ ଓ ତୁମ୍ଭମାନଙ୍କ ଯଜ୍ଞବେଦିର ଶୃଙ୍ଗରେ ଖୋଦିତ ହୋଇଅଛି।

2ପୁଣି, ସେମାନଙ୍କର ସନ୍ତାନଗଣ ଉଚ୍ଚ ଗିରିସ୍ଥିତ ହରିତ୍‍ପୂର୍ଣ୍ଣ ବୃକ୍ଷ ନିକଟରେ ସେମାନଙ୍କର ଯଜ୍ଞବେଦି ଓ ଆଶେରା ମୂର୍ତ୍ତିସକଳ ସ୍ମରଣ କରନ୍ତି।

3ହେ ଆମ୍ଭର କ୍ଷେତ୍ରସ୍ଥ ପର୍ବତ, ତୁମ୍ଭର ସମୁଦାୟ ଅଞ୍ଚଳରେ କୃତ ପାପ ସକାଶେ ଆମ୍ଭେ ତୁମ୍ଭର ସମ୍ପତ୍ତି ଓ ସବୁ ଧନଭଣ୍ଡାର ଓ ଉଚ୍ଚସ୍ଥଳୀସକଳ ଲୁଟିତ ହେବା ପାଇଁ ଦେବା।

4ପୁଣି, ଆମ୍ଭେ ତୁମ୍ଭକୁ ଯେଉଁ ଅଧିକାର ଦେଲୁ, ତୁମ୍ଭେ ଆପେ ତହିଁରୁ କ୍ଷାନ୍ତ ହେବ। ଆଉ, ଆମ୍ଭେ ତୁମ୍ଭ ଅଜ୍ଞାତ ଦେଶରେ ତୁମ୍ଭକୁ ତୁମ୍ଭ ଶତ୍ରୁଗଣର ସେବା କରାଇବା; କାରଣ ତୁମ୍ଭେମାନେ ଆମ୍ଭ କ୍ରୋଧରୂପ ଅଗ୍ନି ପ୍ରଜ୍ୱଳିତ କରିଅଛ, ତାହା ସଦାକାଳ ଜ୍ୱଳିବ।”

5ସଦାପ୍ରଭୁ ଏହି କଥା କହନ୍ତି; “ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.