6ସେ ମରୁଭୂମିସ୍ଥିତ ଝାଉଁ ବୃକ୍ଷ ତୁଲ୍ୟ ହେବ, ମଙ୍ଗଳ ଉପସ୍ଥିତ ହେବା ବେଳେ ସେ ଦେଖିବ ନାହିଁ; ମାତ୍ର ପ୍ରାନ୍ତରର ଶୁଷ୍କ ସ୍ଥାନରେ, ନିବାସୀବିହୀନ ଲବଣ ଭୂମିରେ ବାସ କରିବ।
7ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଉପରେ ନିର୍ଭର କରେ, ପୁଣି ସଦାପ୍ରଭୁ ଯାହାର ବିଶ୍ୱାସଭୂମି ଅଟନ୍ତି, ସେ ଧନ୍ୟ।
8କାରଣ ସେ ଜଳ ନିକଟରେ ରୋପିତ ଓ ନଦୀ କୂଳରେ ବିସ୍ତୃତମୂଳ ବୃକ୍ଷ ତୁଲ୍ୟ ହେବ ଓ ଗ୍ରୀଷ୍ମ ଉପସ୍ଥିତ ହେବା ବେଳେ ସେ ଭୟ କରିବ ନାହିଁ, ମାତ୍ର ତାହାର ପତ୍ର ସତେଜ ହେବ; ଆଉ, ଅନାବୃଷ୍ଟିର ବର୍ଷରେ ସେ ଚିନ୍ତିତ ହେବ ନାହିଁ, କିଅବା ତାହାର ଫଳ ଫଳିବାର ନିବୃତ୍ତ ହେବ ନାହିଁ।”
9ଅନ୍ତଃକରଣ ସବୁଠାରୁ କପଟମୟ ଓ ଅପ୍ରତୀକାର୍ଯ୍ୟ ରୂପେ ପୀଡ଼ିତ; କିଏ ତାହା ଜାଣିପାରେ?
10“ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।”